ରାଜ୍ୟରେ ମତଦାନ ପାଇଁ ୧୬୫ କମ୍ପାନୀ ସିଏପିଏଫ୍ ମୁତୟନ

0

ଭୁବନେଶ୍ୱର, 27 ଏପ୍ରିଲ – ସଂପୂର୍ଣ୍ଣ ଶାନ୍ତିଶୃଙ୍ଖଳା ମଧ୍ୟରେ ନିର୍ବାଚନ ପ୍ରକ୍ରିୟାର ପରିଚାଳନା ନିମନ୍ତେ ଓଡ଼ିଶାରେ ୧୬୫ କମ୍ପାନୀ ସିଏପିଏଫ୍ ମୁତୟନ ପାଇଁ ବ୍ୟବସ୍ଥା ହୋଇଛି । ରାଜ୍ୟରେ ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪କୁ ମୁକ୍ତ, ଅବାଧ, ସ୍ୱଚ୍ଛ ତଥା ନିରପେକ୍ଷ ରୂପେ ପରିଚାଳନା କରିବା ଓ ଆଇନଶୃଙ୍ଖଳା ପରିସ୍ଥିତିକୁ ଆୟତ୍ତରେ ରଖି ଏକ ଜାତୀୟ ଉତ୍ସବର ମାହୋଲ ମଧ୍ୟରେ ମତଦାନ ବ୍ୟବସ୍ଥା ପାଇଁ ଏହି ସବୁ ସୁରକ୍ଷା ବ୍ୟବସ୍ଥା କରାଯାଉଛି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ମତପ୍ରକାଶ କରିଛନ୍ତି ।

ସାଧାରଣ ନିର୍ବାଚନ-୨୦୧୯ରେ ଓଡ଼ିଶାରେ ମୋଟ ୧୩୩ କମ୍ପାନୀ ସିଏପିଏଫ୍ ମୁତୟନ ହୋଇଥିଲେ । ଏହା ମଧ୍ୟରୁ ୯୬ କମ୍ପାନୀ ଇନ୍ସିଟୁ ମୁତୟନ ହୋଇଥିବାବେଳେ ୩୭ କମ୍ପାନୀ ଡାଇରେକଫ ଇଣ୍ଡକସନ୍ ଭାବରେ ମୁତୟନ ହୋଇଥିଲେ । ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪ ପାଇଁ ରାଜ୍ୟରେ ୧୬୫ କମ୍ପାନୀ ସିଏପିଏଫ୍ ମୁତୟନ ପାଇଁ ବ୍ୟବସ୍ଥା ହୋଇଛି । ଏହା ମଧ୍ୟରୁ ୮୩ କମ୍ପାନୀ ଇନ୍ସିଟୁ ମୁତୟନ ଓ ୮୨ କମ୍ପାନୀ ଡାଇରେକଫ ଇଣ୍ଡକ୍ସନ୍ ମାଧ୍ୟମରେ ମୁତୟନ ହେବେ ।

ବର୍ତମାନ ସୁଦ୍ଧା ରାଜ୍ୟରେ ୭୫ କମ୍ପାନୀ ସିଏପିଏଫ୍ ଯବାନ ମୁତୟନ ହୋଇସାରିଛନ୍ତି । ସେମାନେ ବିଭିନ୍ନ ଅଂଚଳରେ ଶାନ୍ତିପୂର୍ଣ୍ଣ ନିର୍ବାଚନ ଲକ୍ଷ୍ୟରେ ବିଶ୍ୱାସ ସୃଷ୍ଟି ପାଇଁ ଫ୍ଲାଗ୍ମାର୍ଚ୍ଚ ଆଦିି କରୁଛନ୍ତି । ମତଦାତାମାନେ ଏକ ସୁରକ୍ଷିତ ପରିବେଶ ମଧ୍ୟରେ ଯେଭଳି ଭାବେ ଉତ୍ସାହର ସହିତ ମତଦାନ କରିବେ ତାକୁ ଧ୍ୟାନରେ ରଖି ଏସବୁ କାର୍ଯ୍ୟ କରାଯାଉଛି । ମଇ ୧ ତାରିଖରେ ଆହୁରି ୪୮ କମ୍ପାନୀ ଓ ମଇ ୯ ତାରିଖରେ ୪୨ କମ୍ପାନୀ ସିଏପିଏଫ୍ ଯବାନ୍ କାର୍ଯ୍ୟରେ ଯୋଗଦେବେ । ଏହା ଫଳରେ ସର୍ବମୋଟ ମୁତୟନ କମ୍ପାନୀ ୧୬୫ରେ ପହଂଚିବ । ଏହା ମଧ୍ୟରୁ ୨୫ କମ୍ପାନୀ ଷ୍ଟ୍ରଙ୍ଗ ରୁମ୍ ର ସୁରକ୍ଷା ଦାୟିତ୍ୱରେ ରହିବେ । ଏହି ବ୍ୟବସ୍ଥା ଦ୍ୱାରା ରାଜ୍ୟରେ ସାମଗ୍ରିକ ନିର୍ବାଚନ ପ୍ରକ୍ରିୟା ଶାନ୍ତିଶୃଙ୍ଖଳା ଓ ତ୍ରୁଟିଶୂନ୍ୟ ଭାବରେ କାର୍ଯ୍ୟକାରୀ ହେବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ମତପୋଷଣ କରିଛନ୍ତି ।

ଆଦିବାସୀ ବହୁଳ କ୍ଷେତ୍ରକୁ ଅନୁସୂଚିତ କ୍ଷେତ୍ର ଘୋଷଣା କରିବ କଂଗ୍ରେସ-ପ୍ରିୟଙ୍କା ଗାନ୍ଧି

Leave a Reply

Your email address will not be published. Required fields are marked *