ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଲା ଜଙ୍ଗଲ ଜମି ଅନୁମତି
ଭୁବନେଶ୍ୱର, 04 ଏପ୍ରିଲ୍ – ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଲା ଜଙ୍ଗଲ ଜମି ଅନୁମତି । ଶ୍ରୀ ଜଗନ୍ନାଥ ବିମାନବନ୍ଦର ପାଇଁ କେନ୍ଦ୍ର ସରକାରଙ୍କ ଷ୍ଟେଜ୍-୧ ଅନୁମୋଦନ ମିଳିଛି । ପ୍ରକଳ୍ପକୁ ବାସ୍ତବରେ ରୂପାୟନ କରିବା ଦିଗରେ ଏହା ଏକ ବଡ଼ ପଦକ୍ଷେପ । ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି । ପୁରୀ ଜଙ୍ଗଲ ବିଭାଗର ୨୭.୮୮୭ ହେକ୍ଟର ଜଙ୍ଗଲ ଜମି ଯୋଗାଇ ଦିଆଯିବ ।
