ବଜାରରେ ଅଶୋଧିତ ତୈଳଦର ବ୍ୟାରେଲ ପିଛା 93ଡଲାର

0

ନୂଆଦିଲ୍ଲୀ : ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳଦର ଅସ୍ଥିର ରହିଛି । ଅଶୋଧିତ ବ୍ରେଣ୍ଟ ମୂଲ୍ୟ ବ୍ୟାରେଲ ପିଛା 93ଡଲାର ରହିଥିବା ବେଳେ ଅଶୋଧିତ ଡବ୍ଲୁଟିଆଇ ବ୍ୟାରେଲ ପିଛା 89ଡଲାରରେ ପହଞ୍ଚିଛି । ତେବେ ଦେଶରେ ତୈଳ ଦରରେ କୌଣସି ପରିବର୍ତ୍ତନ କରାଯାଇନାହିଁ ।

ଇଣ୍ଡିଆନ୍ ଅଏଲ ୱେବସାଇଟ୍ ମୁତାବକ ଶନିବାର ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା 96.72 ଟଙ୍କା ରହିଥିବା ବେଳେ ଡିଜେଲ ମୂଲ୍ୟ 89.62 ଟଙ୍କା, ମୁମ୍ବାଇରେ ପେଟ୍ରୋଲ ମୂଲ୍ୟ 106.31 ଟଙ୍କା ଓ ଡିଜେଲ ମୂଲ୍ୟ 94.27 ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ମୂଲ୍ୟ 106.03 ଟଙ୍କା, ଡିଜେଲ ମୂଲ୍ୟ 92.76 ଟଙ୍କା, ଚେନ୍ନାଇରେ ପେଟ୍ରୋଲ ମୂଲ୍ୟ 102.63 ଟଙ୍କା ଓ ଡିଜେଲ ମୂଲ୍ୟ 94.24 ଟଙ୍କା ରହିଛି ।

Leave a Reply

Your email address will not be published. Required fields are marked *